ଆସନ୍ତା ୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେ ଏହି ଓଡ଼ିଶା ଗସ୍ତ ସମୟରେ ୪ଟି ନିର୍ବାଚନୀ ସଭାରେ ଯୋଗ ଦେବେ ଅମିତ ଶାହ। କେନ୍ଦ୍ର ଗୃହମନ୍ତ୍ରୀ ସକାଳେ ପ୍ରଥମେ ସମ୍ବଲପୁରରେ ନିର୍ବାଚନ ପ୍ରଚାର କରିବେ। ଏହାପରେ ସେ କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଓ ନୟାଗଡ଼ରେ ସାଧାରଣ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।