ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

0

ଭୁବନେଶ୍ୱର (ଆମ ଟିଭି): ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ ହେଉଛି। ଏହାରି ମଧ୍ୟରେ ପ୍ରଣବ ସକାଳୁ ସକାଳୁ ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି ଯେ, ”ଓଡ଼ିଶା ଭାଜପା, ବିଜୁ ଜନତା ଦଳର ଦାବି ମାନି ନେଇଥିବା ଜାଣି ମତେ ଖୁସି ଲାଗିଲା। ଆଜି ଦିନ ୧୧.୩୦ ବେଳେ ଏକ ମିଳିତ ସାମ୍ବାଦିକ ସମ୍ମିଳନୀରେ ଓଡିଶା ବିଜେପିର ବରିଷ୍ଠ ନେତାମାନେ ଏକାଠି ହୋଇ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ସେମାନଙ୍କର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବାକୁ ଯାଉଛନ୍ତି।”

ଏହି ପ୍ରସଙ୍ଗକୁ ନେଇ ବିଜେଡିର ବରିଷ୍ଠ ନେତାମାନେ ବାରମ୍ବାର ଭାଜପାକୁ ଘେରିଥିଲେ। ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପ୍ରସଙ୍ଗକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନେକ ଥର ଟାର୍ଗେଟ କରି ସାରିଛନ୍ତି। ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ଶନିବାର ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ, ଭାଜପା ଆସନ୍ତା ଦଶ ବର୍ଷ ମଧ୍ୟରେ ବି ସରକାର ଗଠନ କରିପାରିବ ନାହିଁ।

Leave A Reply

Your email address will not be published.