ପୁରୀ (ଆମ ଟିଭି): ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ଏହାପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ।
ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାର ପୂର୍ବ ପ୍ରସ୍ତୁତି ତଥା ନୀତି ବହୁଳତା ଦୃଷ୍ଟିରୁ ଆଜି ସନ୍ଧ୍ୟା ଦର୍ଶନ ଥିବାରୁ ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ ବୋଲି ସୂଚନା ମିଳିଛି । ତେବେ ରଥଯାତ୍ରାରେ ଯାହା ସୁରକ୍ଷା ବ୍ୟବସ୍ଥା ରହିଥିଲା ବାହୁଡା ଯାତ୍ରାରେ ମଧ୍ୟ ସେ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।