ସୁଦଶା ବ୍ରତ କାହିଁକି ପାଳିତ ହୁଏ? ଜାଣନ୍ତୁ ଏହି ଦିବସର ବିଶେଷତ୍ଵ

0

ଭୁବନେଶ୍ବର (ଆମ ଟିଭି): ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ ।

ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ ।

ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ ।

ଏହି ପର୍ବ ଓଡ଼ିଶାର ବିଶେଷତ୍ୱ, ଏହାକୁ କେବଳ ଓଡ଼ିଆ ମହିଳା (ହିନ୍ଦୁ)ମାନେ ପାଳନ କରିଥାନ୍ତି ।ଭାରତର ଅନ୍ୟ ରାଜ୍ୟରେ ବା ଭାରତ ବାହାରେ ଏହା ଦେଖା ଯାଏ ନାହିଁ ।

Leave A Reply

Your email address will not be published.