ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ପତ୍ନୀ
ଭୁବନେଶ୍ୱର(ଆମ ଟିଭି): ପୁଣି ବିବାଦରେ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ହ୍ୟୁମାନ ସାଗରଙ୍କ ବିରୋଧରେ ଅଭିଯୋଗ ହୋଇଛି । ତାଙ୍କ ପତ୍ନୀ ନିର୍ୟାତନା ଅଭିଯୋଗ ଆଣିଛନ୍ତି । ବଲାଙ୍ଗୀରର ଏହି କଣ୍ଠଶିଳ୍ପୀ ଏବେ କଟକ ସେକ୍ଟର ୬ରେ ରହୁଛନ୍ତି । ଗତ କିଛି ମାସ ହେବ ସେ ପତ୍ନୀଙ୍କୁ ଅବହେଳା କରିବା ସହ ଶାରୀରିକ ଓ ମାନସିକ ନିର୍ୟାତନା ଦେଉଥିବା ଅଭିଯୋଗ ହୋଇଛି ।
ପାରିବାରିକ ଅଶାନ୍ତି ଯୋଗୁ ପତ୍ନୀ କିଛି ମାସ ହେବ ବାଲେଶ୍ୱରରେ ଥିବା ବାପଘରକୁ ଚାଲିଯାଇଛନ୍ତି । ଗତକାଲି ଡିସିପିଙ୍କ ଅଫିସକୁ ଯାଇ ଏନେଇ ଅଭିଯୋଗ କରିଛନ୍ତି । ଡିସିପି ଏହି ଘଟଣାର ତଦନ୍ତ ପାଇଁ ମହିଳା ଥାନାକୁ ନିର୍ଦ୍ଦେଶ ଦେଇଛନ୍ତି ।