ଭୁବନେଶ୍ୱର (ଆମ ଟିଭି): ଥାନାରେ ପହଞ୍ଚିଲେ ପ୍ରଯୋଜକ ଟୁଟୁ ନାୟକ । ମହିଳା ସାମ୍ବାଦିକାଙ୍କୁ ମାଡ ମାରିବା ମାମଲାରେ ପୁଲିସ ତାଙ୍କୁ ଥାନାକୁ ଆଣିଛି। ଏନେଇ ଖାରବେଳନଗର ଥାନା ପୁଲିସଙ୍କ ପକ୍ଷରୁ ସୂଚନା ମିଳିଛି। ତାଙ୍କୁ ପଚରାଉଚରା କରାଯାଉଛି ବୋଲି ଥାନା ଅଧିକାରୀ କହିଛନ୍ତି।
ଖବର ଅନୁଯାୟୀ, ଟୁଟୁଙ୍କ ବିରୋଧରେ ନିଜ ଆଡୁ ମହିଳା କମିଶନ ମାମଲା ରୁଜୁ କରିଛି। ମାମଲା ରୁଜୁ ନେଇ ମହିଳା କମିଶନ ଅଧ୍ୟକ୍ଷା ସୂଚନା ଦେଇଛନ୍ତି। ପୁଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି କମିଶନ। ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନା ଯୋଗ୍ୟ, କାର୍ୟ୍ୟରତ ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ସଂଜୟ ନାୟକ(ଟୁଟୁ) ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ପରେ ଖାରବେଳ ନଗର ଥାନାରେ ମହିଳା ସାମ୍ବାଦିକ ଦେବସ୍ମିତା ରାଉତ ଲିଖିତ ଅଭିଯୋଗ କରିଥିଲେ। ଥାନାରେ ଏତଲା ପରେ ଖାରବେଳ ଥାନା ପୁଲିସ ତନାଘନା ଆରମ୍ଭ କରିଥିଲା।