ଓଡ଼ିଶାରେ ଆଉ ତିନି ଦିନ ବର୍ଷା ପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି  

0

ଭୁବନେଶ୍ୱର(ଆମ ଟିଭି): କାଳବୈଶାଖୀର ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଜିଲ୍ଲା ସହିତ ରାଜ୍ୟର ପ୍ରାୟ ସମସ୍ତ ଜିଲାରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତର ସମ୍ଭାବନା ଅଛି ।

ସେହିଭଳି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବଲାଙ୍ଗୀର, ନବରଙ୍ଗପୁର ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ।

ତେବେ କାଳବୈଶାଖୀ ଯୋଗୁଁ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଯାଇଛି। ଗତକାଲି ସର୍ବୋଚ୍ଚ ତାପମାତ୍ରା ମାଲକାନଗିରିରେ ୪୧ ଦଶମିକ ୧ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସୋମବାର ସକାଳୁ ପାଗ ମେଘୁଆ ରହିଛି ଏବଂ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇଯାଇଛି ।

Leave A Reply

Your email address will not be published.