ତିନି ଘଣ୍ଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି । କିନ୍ତୁ ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ଆଜି କିଛି ସ୍ଥାନରେ ବର୍ଷା ହୋଇପାରେ । ୩ ଘଂଟା ପାଇଁ ରାଜ୍ୟର ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ଭୁବନେଶ୍ୱର, ଗଞ୍ଜାମ, ଦେବଗଡ଼, ଜଗତସିଂହପୁର,କଟକ, ଯାଜପୁର,ଅନୁଗୋଳ,ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ଉତ୍ତର ଓଡ଼ିଶା ସମେତ ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୪ ଓ ୧୫ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Leave A Reply

Your email address will not be published.