ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାର୍ତ୍ତା

0

ଭୁବନେଶ୍ଵର (ଆମ ଟିଭି): ବ୍ୟସ୍ତବହୁଳ ଜୀବନରେ ଯୋଗ କରିବା ଜରୁରୀ। ଯୋଗ ନୂଆ ଓଡ଼ିଶା ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଆଜି କଳିଙ୍ଗ ଷ୍ଡାଡିଅମ୍ ପରିସରରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏକଥା କହିଛନ୍ତି। ଏଥର ଯୋଗ ଦିବସର ଥିମ୍ ରହିଛି ‘ନିଜ ପାଇଁ ଯୋଗ ଓ ସମାଜ ପାଇଁ ଯୋଗ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଭଳି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ଲାଗି କ୍ରୀଡ଼ା ଏବଂ ଯୁବ ବ୍ୟାପାର ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶର ସୂରଜଙ୍କୁ ଧନ୍ୟବାଦ ଜଣାଇଥିଲେ। ଆଜି ପୁରୀ ଜିଲ୍ଲା କୋଣାର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଅନତମ ଉପ ମୁଖ୍ୟମନ୍ତ୍ରୀ ‌କନକବର୍ଦ୍ଧନ ସିଂହଦେଓ ନୂଆପଲ୍ଲୀଠାରେ ଆୟୋଜିତ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବାର ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର କୋଣାର୍କରେ ହେବାକୁ ଥିବା ଉତ୍ସବରେ ସାମିଲ ହୋଇଛନ୍ତି। ଏହାସହ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଓ ସାଂସଦ ଏବଂ ବିଧାୟକମାନେ ମଧ୍ୟ ବିଭିନ୍ନ ସ୍ଥାନରେ ଆୟୋଜିତ ଯୋଗ ସମାରୋହରେ ଯୋଗ ଦେଇଛନ୍ତି।

Leave A Reply

Your email address will not be published.