ଦ୍ରୌପଦୀଙ୍କୁ ଜେଡ ପ୍ଲସ ସୁରକ୍ଷା
ନୂଆଦିଲ୍ଲୀ(ଆମ ଟିଭି): ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଜେଡ ପ୍ଲସ ସୁରକ୍ଷା ଯୋଗାଇଛନ୍ତି କେନ୍ଦ୍ର ସରକାର । । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁଙ୍କ ନାଁ ଘୋଷଣା ହେବା ପରେ ଆଜି ତାଙ୍କ ସୁରକ୍ଷାକୁ କଡ଼ାକଡ଼ି କରିଛନ୍ତି ସରକାର । ଏଣିକି ଦ୍ରୌପଦୀଙ୍କୁ ଏଣିକି ୨୪ଘଣ୍ଟିଆ ସୁରକ୍ଷା ଯୋଗାଇ ଦେବେ ସିଆରପିଏଫ ଯବାନ । ଆଜି ସକାଳୁ ସକାଳୁ ଯେତେବେଳେ ମନ୍ଦିର ଯିବା ପାଇଁ ବାହାରିଥିଲେ ଦ୍ରୌପଦୀ ମୁର୍ମୁ ତାଙ୍କୁ ଜେଡ ପ୍ଲସ ସିକ୍ୟୁରିଟି ଦିଆଯାଇଥିବା ଦେଖିବାକୁ ମିଳିଥିଲା ।
ଦ୍ରୌପଦୀ ମୁର୍ମୁ ଜାତୀୟ ରାଜନୀତିର ଜଣେ ଜଣାଶୁଣା ଆଦିବାସୀ ଚେହେରା। ଓଡ଼ିଶାରୁ ହେବେ ପ୍ରଥମ ରାଷ୍ଟ୍ରପତି ହେବେ ଦ୍ରୌପଦୀ ମୁର୍ମୁ କାରଣ ଏନଡିଏ ପ୍ରାର୍ଥୀଙ୍କୁ ବିଜେଡିର ସମର୍ଥନ ମିଳିଲେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ନିଶ୍ଚିତ । ତେବେ ଆଜି ଭୁବନେଶ୍ୱର ଆସିବାର କାର୍ୟ୍ୟକ୍ରମ ଅଛି । ଏହାପରେ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିବା ସମ୍ଭାବନା ରହିଛି । ଗତକାଲି ସଂସଦୀୟ ବୋର୍ଡ ବୈଠକ ପରେ ଦ୍ରୌପଦୀଙ୍କ ନାଁ ଘୋଷଣା କରିଥିଲେ ବିଜେପି ରାଷ୍ଟ୍ରିୟ ସଭାପତି ଜେପି ନଡ୍ଡା । ୧୯୫୮ ମସିହା ଜୁନ ୨୦ ତାରିଖରେ ଓଡିଶାର ମୟୂରଭଞ୍ଜ ଜିଲ୍ଲା ବାଇଡାପୋଷୀ ଗାଁ ରେ ଜନ୍ମଗ୍ରହଣ କରିଥିଲେ ଦ୍ରୌପଦୀ ମୁର୍ମୁ । ଗୋଟିଏ ସାନ୍ତାଳ ପରିବାରରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଓଡିଶା ରାଜନୀତିର ଜଣେ ଚର୍ଚ୍ଚିତ ମହିଳା । ଓଡିଶାରେ ବିଜେଡି ଏବଂ ବିଜେପି ମେଣ୍ଟ ସରକାର ଥିବା ବେଳେ ରାଇରଙ୍ଗପୁରୁ ବିଧାୟିକା ଭାବେ ନିର୍ବାଚିତ ହୋଇ ୨୦୦୦ ମସିହାରୁ ୨୦୦୨ ମସିହା ପର୍ଯ୍ୟନ୍ତ ବାଣିଜ୍ୟ ଏବଂ ପରିବହନ ରାଜ୍ୟ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ । ଏହା ପରେ ୨୦୦୨ ରୁ ୨୦୦୪ ପର୍ଯ୍ୟନ୍ତ ମତ୍ସ୍ୟ ଏବଂ ପଶୁ ସମ୍ପଦ ମନ୍ତ୍ରୀ ଭାବେ ଦାୟିତ୍ବ ନିର୍ବାହନ କରିଥିଲେ । ଝାଟଖଣ୍ଡର ରାଜ୍ୟପାଳ ଭାବେ ମଧ୍ୟ ସଫଳତାର ସହ ଦାୟିତ୍ବ ତୁଲାଇଥିଲଶ ଦ୍ରୌପଦୀ ମୁର୍ମୁ ।